1 ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ଟୁମ୍ଭେମାନେ ଆମ୍ଭମାନଙ୍କ ଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେ ମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁଁ |।

2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁଁ, ତାହା ତ ତୁମ୍ଭେମାନେ ଜାଣ |।

3 କାରଣ ଟୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ।

4 ତୁମ୍ଭେମାନେ ଯେପରି ବ୍ୟଭିଚରରୁ ପୃଥକ ରୁହ, ଆଉ ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ବିଜାତିମାନଙ୍କ।

5 ପରି କାମାଭିଳାଷୀ ନ ହୋଇ ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,

6 ପୁଣି ଯେପରି କେହି ଏ ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏ ସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୁର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ ଦେଉଥିଲୁଁ |।

7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି |।

8 ଅତଏବ ଯେ, ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟ ଅଗ୍ରାହ୍ୟ କରେ ନାହି, ମାତ୍ର ଯେଉ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ |।

9 ଭ୍ରାତୃ ପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,

10 ପୁଣି ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ଟୁମ୍ଭେମାନେ ତାହା କରୁଅଛ | ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୁପେ ତାହା କର।

11 ପୁଣି ତୁମ୍ଭମାନଙ୍କୁ ଦତ୍ତ ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସକରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟଦାର ବିଷୟ ମନେକର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁଁ,

12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ |।

13 ହେ ଭାଇମାନେ ଭରସାହିନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କୁ ଇଛା ନୁହେ |।

14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁଁ ଯେ, ଯୀଶୁ ମାରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସଂଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ |।

15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁଁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁଁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ |।

16 କାରଣ ଆପେ ଆଦେଶ ଦେଇ ପ୍ରଧାନ ଦୁତଙ୍କ ସ୍ୱର ଓ ଈଶ୍ୱରଙ୍କ ତୁରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କ ଠାରେ ଥାଇ ମରି ଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

17 ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁଁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୁନ୍ୟମଣ୍ଡଳକୁ ନୀତ ହେବୁଁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁଁ |।

18 ଅତଏବ ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଆ |।