1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି |।

2 ଅତଏବ ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷା ଦାନରେ ନିପୁଣ ହେବେ,

3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,

4 ନିଜ ପରିବାରକୁ ଉତ୍ତମରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ |।

5 (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ତତ୍ତ୍ୱ ନେବ )।

6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ସଦୃଶ ଦଣ୍ଡଗ୍ରସ୍ତ ହେବେ |।

7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ |।

8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,

9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;

10 ସେମାନେ ମଧ୍ୟ ପ୍ରଥମେ ପରିକ୍ଷିତ ହେଉନ୍ତୁ, ପୁଣି ନିର୍ଦୋଷ ଦେଖାଗଲେ ସେବକପଦରେ ନିଯୁକ୍ତ ହେଉନ୍ତୁ |।

11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀରା, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତା ହେବା ଆବଶ୍ୟକ |।

12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମରୂପେ ଶାସନ କରନ୍ତୁ |।

13 କାରଣ ଯେଉଁମାନେ ଉତ୍ତମରୂପେ ସେବକକର୍ମ କରିଅଛନ୍ତି,ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ବିପୁଳ ସାହସ ଲାଭ କରିବେ |।

14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

15 ମାତ୍ର ଯେବେ ମୋହର ବିଳମ୍ବ ହୁଏ,ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳସ୍ୱରୁପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହିସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି |।

16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି | ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ,ଗୌରବରେ ଗୃହୀତ ହେଲେ |।