1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;
2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତାଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତାଈଶ୍ୱର।
4 ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ଦିଆଯାଏପାଉଲଙ୍କ ଯୋଜନାର ପରିବର୍ତ୍ତନ ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନାଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କରସାନ୍ତ୍ୱନା ମଧ୍ୟ ପ୍ରଚୁର।
6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହାତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନା ପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କରସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗକରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟକରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
7 ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସାଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ,ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହାଆମ୍ଭେମାନେ ଜାଣୁ।
8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କଉପରେ ଘଟିଥିବା କ୍ଳେଶସମ୍ବନ୍ଧରେ ତୁମ୍ଭେମାନେ ଯେଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ।
10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହିଭରସା ଅଛି;
11 ତୁମ୍ଭେମାନେ ତ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ସେଥିନିମନ୍ତେଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁଳ ଧନ୍ୟବାଦ ଦିଆଯାଏ |।
12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି,ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
13 କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁଆଉ କିଛି ଲେଖୁ ନାହୁଁ,
14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହିପ୍ରକାରେଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହାତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସାକରୁଅଛି।
15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହଲାଭ କରି ପାର,
16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୁଦା ପ୍ରଦେଶକୁ ଯାତ୍ରାକରି ପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
17 ତେବେ ଏହିପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଲଘୁ ଭାବରେ ଆଚରଣ କରିଥିଲି ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏଯେ, ମୋହର କଥା ହଁ ଓ ନା ଉଭୟ ହୁଏ।
18 କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ଏଣୁ ତୁମ୍ଭମାନଙ୍କ ପ୍ରତିଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।
19 କାରଣ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ,ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁହୋଇଅଛି।
20 ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।
21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର;
22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
23 କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣରଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁପୁନର୍ବାର ଯାଇ ନାହିଁ।
24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କରପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।