1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁଆରମ୍ଭ କରୁଅଛୁ କିମ୍ବା କାହାରି କାହାରି ପରିକଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ।
2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ୱରୂପ;
3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେଲିଖିତ ଖ୍ରୀଷ୍ଟଙ୍କ ପତ୍ର ସ୍ୱରୂପ, ଏହା ପ୍ରକାଶ ପାଉଅଛିନ୍ତ ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପଫଳକରେସ୍ଥ।
4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
5 ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;
6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକକରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
8 ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ।
9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହାସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେଗୌରବବିହୀନ ହୋଇଅଛି।
11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେଅବସ୍ଥିତ।
12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇଆମ୍ଭେମାନେ ଅତି ସାହସିକ ଅଟୁ,
13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାରକରୁ ନାହୁଁ।
14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶପାଉ ନାହିଁ।
15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠକରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେଆଚ୍ଛାଦିତ ଥାଏ,
16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।
17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା।
18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ;