1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହିସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁଯୋଗ୍ୟ ଦେଖାଉଅଛୁ।
3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
4 ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତିଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହାପ୍ରଚାର କରୁ।
6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞାଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବାନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶକରିଅଛନ୍ତି।
7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେପାଇଅଛୁ;
8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶନୋହୁଁ;
9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ;ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁଏହିସବୁହେଉଅଛି।
11 କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତହେଉଅଛୁ।
12 ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
13 "ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି'', ଏହି ଲିଖିତବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳଧନ୍ୟବାଦର କାରଣ ହୁଏ।
16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧାଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତହେଉଅଛି।
17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତ- କାଳସ୍ଥାୟୀ ମହା ଗୌରବ ସାଧନ କରୁଅଛିନ୍ତ।
18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନକରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ କାରଣ ଦୃଶ୍ୟବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।