1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେଅଛି, ଏହା ଆମ୍ଭେମାନେ ଜାଣୁ।

2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେଥାଉ ଥାଉ ଆର୍ତ୍ତନାଦ କରୁଅଛୁ।

3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗଦେଖାଯିବା ନାହିଁ।

4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ରଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହିପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁଆମ୍ଭେମାନେ ଇଚ୍ଛା କରୁଅଛୁ।

5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତକରିଅଛନ୍ତି, ସେ ଈଶ୍ୱର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି।

6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।

7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନ ଯାପନ କରୁଅଛୁ),

8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସକରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।

9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତବାସନା।

10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁପ୍ରକାଶିତ ହେବାକୁ ହେବ।

11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।

12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।

13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ୱରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।

14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖିଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁସମସ୍ତେ ମୃତ ହେଲେ;

15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ,ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣାଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍‍ଥିତ ହେଲେ, ତାହାଙ୍କନିମନ୍ତେ ଜୀବନ ଯାପନ କରନ୍ତି।

16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେକାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହିପ୍ରକାରେ ଜାଣୁ ନାହୁଁ।

17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।

18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁଦେଇଅଛନ୍ତି;

19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେଜଗତକୁ ଆପଣା ସହିତ ସମ୍ମିଳିତକରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରିସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣକରିଅଛନ୍ତି।

20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନକରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତରକର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନକରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ।

21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ,ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।