1 ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।

2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେନ୍ତ ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।

3 ପୁଣି ସେ ଆପଣା କତ୍ର୍ତ୍ରୀକି କହିଲା, ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ' ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।

4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁକୁ ଜଣାଇ କହିଲା, ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।

5 ତହୁଁ ଅରାମର ରାଜା କହିଲା, ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ-ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି ତହୁଁ ସେ ଆପଣା ସଙ୍ଗେ ଦଶ ତାଳ; ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହୁଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।

7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏ ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ' ନିକଟକୁ ପଠାଇଅଛି କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।

8 ଏଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ ରାଜାଙ୍କ କତିକି ଏହି କଥା କହି ପଠାଇଲେ, ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ସେ ଏବେ ମୋ' କତିକି ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।

9 ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।

10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାକୁ କହିଲେ, ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।

11 ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ' କତିକି ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।

13 ଏଥିରେ ତାହାର ଦାସମାନେ ନିକଟକୁ ଆସି ତାହାକୁ କହିଲେ, ଆମ୍ଭ ପିତଃ, ଯେବେ ସେ ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥା'ନ୍ତେ, ତେବେ କି ଆପଣ ତାହା କରି ନ ଥା'ନ୍ତେ ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।

14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।

15 ଏଉତ୍ତାରେ ସେ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ସେ କହିଲା, ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ଛଡ଼ା ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।

16 ମାତ୍ର ସେ କହିଲେ, ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ ତହୁଁ ସେ ତାହା ଗ୍ରହଣ କରିବା ପାଇଁ ତାଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ନାସ୍ତି କଲେ।

17 ଏଥିରେ ନାମାନ୍‍ କହିଲା, ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର-ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।

18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋ' ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋ' ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।

19 ତହିଁରେ ଇଲୀଶାୟ ତାହାକୁ କହିଲେ, କୁଶଳରେ ଯାଅ ତହୁଁ ସେ ତାଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।

20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, ଦେଖ, ମୋ' ପ୍ରଭୁ ଏହି ଅରାମୀୟ ନାମାନ୍‍ର ଆନୀତ କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।

21 ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ଭେଟିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, ସବୁ କୁଶଳ ତ।

22 ତହିଁରେ ସେ କହିଲା, ସବୁ କୁଶଳ ମୋ' ପ୍ରଭୁ ମୋତେ ପଠାଇ କହିଅଛନ୍ତି, ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେନ୍ତ ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।

23 ଏଥିରେ ନାମାନ୍‍ କହିଲା, ଅନୁଗ୍ରହ କରି ଦୁଇ ତାଳ; ନିଅ ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳ; ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହି ନେଲେ।

24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।

25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା ତହିଁରେ ଇଲୀଶାୟ ତାହାକୁ ପଚାରିଲେ, ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ତହୁଁ ସେ କହିଲା, ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।

26 ଏଥିରେ ଇଲୀଶାୟ ତାହାକୁ କହିଲେ, ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା ଏ କି ରୂପା ଗ୍ରହଣ କରିବାର ଓ ବସ୍ତ୍ର ଓ ଜୀତକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ମେଷ ଓ ଗୋରୁ ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ।

27 ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ ଏଥିରେ ଗିହେଜୀ ହିମ ତୁଲ୍ୟ ଶେ୍ୱତକୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।