1 ଅବଶେଷରେ,ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେରୂପେ, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
2 ପୁଣି ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ |।
3 କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ |।
4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ସମ୍ବନ୍ଧରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ |।
5 ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ |।
6 ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଅବିହିତ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ୍ କର |।
7 କାରଣ କିପରି ଅମ୍ଭମାନଙ୍କୁ ଅନୁକରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଜେନୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଅବିହିତ ଆଚରଣ କରି ନ ଥିଲୁ,
8 କିଅବା ବିନାମୂଲ୍ୟରେ କାହାରି ଅନ୍ନ ଭୋଜନ କରି ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାରସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କ୍ଲେଶ ସହ ଦିବାରାତ୍ର କାର୍ଯ୍ୟ କରିଥିଲୁ;
9 ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ,କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁକରଣ କର, ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖିବା ପାଇଁ ସେପରି କଲୁ |।
10 କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ,ଯେକେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ |।
11 ଜେନୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଅବିହିତ ଆଚରଣ କରୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଛାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ |।
12 ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଅନ୍ନ ଭୋଜନ କରିବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ |।
13 କିନ୍ତୁ ହେ ଭ୍ରାତୃବୃନ୍ଦ,ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ନ ହୁଅ |।
14 ଆଉ ଯେବେ କେହି ଏହି ପତ୍ରରେ ଲିଖିତ ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ବନ୍ଧ ରଖ ନାହିଁ;
15 ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ରା ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ |।
16 ଶାନ୍ତି ଦାତା ପ୍ରଭୁ ସ୍ୱୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାର ଶାନ୍ତି ଦେଉନ୍ତୁ | ପ୍ରଭୁ ତୁମ୍ଭସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ |।
17 ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ୍ ସ୍ୱରୂପ, ମୁଁ ଏହିପରି ଲେଖେ |।
18 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭସମସ୍ତଙ୍କ ସହବର୍ତ୍ତୀ ହେଉ |।