1 ବିଜାତିମାନେ ମଧ୍ୟ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ |।

2 ଆଉ ଯେତେବେଳେ ପିତର ଯିରୂଶାଲମକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,

3 ତୁମ୍ଭେ ଅସୁନ୍ନତି ଲୋକମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ |।

4 କିନ୍ତୁ ପିତର ବିଷୟଟି ଆଦ୍ୟପ୍ରାନ୍ତ ବୁଝାଇବାକୁ ଆରମ୍ଭ କରି କହିଲେ,

5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇଦିଆଯାଉଅଛି,

6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକ ଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,

7 ପୁଣି ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର |।

8 କିନ୍ତୁ ମୁଁ କହିଲି, ନାହିଁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ |।

9 କିନ୍ତୁ ଦ୍ୱିତିୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ |।

10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା |।

11 ପୁଣି, ଦେଖନ୍ତୁ, ସେହିକ୍ଷଣୀ ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁଁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିଆରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ |।

12 ପୁଣି କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ |ଆଉ ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁଁ |।

13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ,ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;

14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ,ସେ ତୁମ୍ଭକୁ ସେହି ସବୁ କହିବେ |।

15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ |।

16 ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ |।

17 ଅତଏବ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥଆନ୍ତି।

18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରସଂଶା କରି କହିଲେ, ତେବେ ଈଶ୍ୱର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନପରିବର୍ତ୍ତନ ଦାନ କରିଅଛନ୍ତି |।

19 ଇତିମଧ୍ୟରେ ସ୍ତିଫାନଙ୍କ ସକାସେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, କୁପ୍ର ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ |।

20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କୁପ୍ରିୟ ଓ କୁରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ |।

21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ |।

22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବାଙ୍କୁ ପ୍ରେରଣ କଲେ |।

23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;

24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୁର୍ଣ୍ଣ ଥିଲେ |ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ |।

25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,

26 ପୁଣି ସେ ତାହାଙ୍କୁ ପାଇ ଆନ୍ତୟଖିଆକୁ ଘେନିଆସିଲେ |ସେମାନେ ସମ୍ପୁର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି ଆନ୍ତିୟଖିଆରେ ଶିଷ୍ୟ ମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ଆଖ୍ୟାତ ହେଲେ |।

27 ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ |।

28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିୟଙ୍କ ସମୟରେ ଘଟିଲା |।

29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇ ମାନଙ୍କ ନିମନ୍ତେ ସାହଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,

30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନ ମାନଙ୍କ ନିକଟକୁ ପଠାଇ ଦେଲେ |।