1 ହେ ଇସ୍ରାଏଲବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।

2 ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ ସେ ଆପଣା ଭୁମିରେ ପକା ଯାଇଅଛି ତାହାକୁ ଉଠାଇବାକୁ କେହି ନାହିଁ।

3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ,ତହିଁରେ ଇସ୍ରାଏଲ ବଂଶର ଏକଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।

4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନେ୍ୱଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।

5 ମାତ୍ର ବୈଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବୈଥେଲ୍‍ ଅକିଞ୍ଚିତ୍‍ ହେବ।

6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ ନୋହିଲେ ସେ ଯୋଷେଫ-ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ନିଭାଇବା ପାଇଁ ବୈଥେଲ୍‍ରେ କେହି ନ ଥିବ।

7 ହେ ବିଚାରକୁ ନାଗଦଅଣାରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ।

8 ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତୁ୍ୟରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ସଦାପ୍ରଭୁ ତାହାଙ୍କର ନାମ।

9 ସେ ବଳବାନର ଉପରେ ହଠାତ୍‍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।

10 ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।

11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ପ୍ରମାଣ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ।

12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ ତୁମ୍ଭେମାନେ ଧାର୍ମିକକୁ କ୍ଳେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।

13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବନ୍ତ କାରଣ ସମୟ ମନ୍ଦ ଅଟେ।

14 ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।

15 ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର- ଦ୍ୱାରରେ ନ୍ୟାୟ ବିଚାର କର ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।

16 ଏହେତୁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି ଛକ-ସ୍ଥାନସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ ! ହାୟ ! କହିବେ ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।

17 ପୁଣି, ଦ୍ରାକ୍ଷାକ୍ଷେତ୍ରସକଳରେ ହାହାକାର ଶବ୍ଦ ହେବ କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା, ଏହା ସଦାପ୍ରଭୁ କହନ୍ତି।

18 ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।

19 କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ)।

20 ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ନୋହିବ ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ନୋହିବ।

21 ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ନୋହିବା।

22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କଲେ ହେଁ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁନ୍ତ କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।

23 ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର ଗୋଳ ଦୂର କର କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।

24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।

25 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ।

26 ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବର ତାରାକୁ ବହିଅଛ।

27 ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦାମାସ୍‍କସ୍‍ର ସେପାରିକି ଗମନ କରାଇବା, ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।