1 ପାଉଲ ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସିରେ ସାଧୁମାନଙ୍କ ନିକଟକୁ ଲେଖୁଅଛି;

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଜିଶୁ ଖ୍ରୀଷ୍ଟଙ୍କ ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କ ଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,

4 ଅର୍ଥାତ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନିୟ ହେଉଁ, ଏଥିପାଇ ସେ ଜଗତର ପତ୍ତନ ପୁର୍ବେ ତାହାଙ୍କ ଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;

5 ପୁଣି ସେ ଆମଭାମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଛନ୍ଦ ଇଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୁପଣ କଲେ;

6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

7 ତାହାଙ୍କ ଅନୁଗ୍ରହରୁପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ ଅପରାଧସବୁର କ୍ଷମା ପ୍ରାପ୍ତ ହୋଇଅଛୁଁ।

8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।

9 ପୁର୍ବରୁ ସଙ୍କଲ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଛାର ନିଗୁଢ଼ତତ୍ତ୍ବ ଜ୍ଞାତ କରାଇ ଅଛନ୍ତି,

10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧିୟ ତାହାଙ୍କ ସଙ୍କଲ୍ପାନୁସାରେ ସ୍ବର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କ ଠାରେ ଏକୀଭୁତ କରିବେ।

11 ତାହାଙ୍କ ଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ବରୁପ ହୋଇଅଛୁଁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଛାର ସଙ୍କଲ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁଁ,

12 ଯେପରି ଖ୍ରୀଷ୍ଟଙ୍କ ଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

13 ତାହାଙ୍କ ଦ୍ୱାରା ଟୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;

14 ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱର ମୁକ୍ତି ଉଦ୍ଦେଶରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୁପ।

15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,

16 ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତହେଉ ନାହିଁ।

17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧିୟ ସମ୍ପୁର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;

18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୁପ ଧନ କଣ,

19 ପୁଣି ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟ ସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ୱ କଣ, ଏହି ସବୁ ଜାଣି ପାର;

20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କ ଠାରେ ସାଧନ କରି ତାହାଙ୍କୁ ମୃତ ମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି,ପ୍ରଭୁତ୍ୱ ପୁଣି ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,

21 ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ୍ତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,

22 ଆଉ ସମସ୍ତ ବିଷୟ ତାହାଙ୍କ ପାଦତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୁପେ ମଣ୍ଡଳୀକୁ ଦାନ କଲେ;

23 ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୁପ, ଅର୍ଥାତ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୁର୍ଣ୍ଣ କରନ୍ତି, ତାହାଙ୍କର ପୁର୍ଣ୍ଣତା।