1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା।
2 ଏଥିରେ ରାଜା ଏଷ୍ଟର ରାଣୀକି ପ୍ରାଙ୍ଗଣରେ ଠିଆ ହେବାର ଦେଖିଲା, ପୁଣି ଏଷ୍ଟର ରାଜାର ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲା; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲା।
3 ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।
4 ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।
5 ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହନ୍ତ ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ।
6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବନ୍ତ ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।
7 ତହିଁରେ ଏଷ୍ଟର ଉତ୍ତର ଦେଲା, ମୋହର ନିବେଦନ ଓ ପ୍ରାର୍ଥନା ଏହି;
8 ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି।
9 ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।
10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା।
11 ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।
12 ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋ' ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।
14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉନ୍ତ ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ। ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା।