1 ସେହି ରାତ୍ରିରେ ରାଜା ଶୋଇ ପାରିଲା ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲାନ୍ତ ପୁଣି, ତାହା ରାଜା ସାକ୍ଷାତରେ ପାଠ କରାଗଲା।

2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାର ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶେ୍ୱରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲା।

3 ଏଣୁ ରାଜା ପଚାରିଲେ, ଏଥିପାଇଁ ମର୍ଦ୍ଦଖୟକୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି? ରାଜାର ସେବାକାରୀ ଦାସମାନେ କହିଲେ, ତାହା ପାଇଁ କିଛି କରାଯାଇ ନାହିଁ।

4 ତହୁଁ ରାଜା ପଚାରିଲା, ପ୍ରାଙ୍ଗଣରେ କିଏ କିଛି? ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟକୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲା।

5 ତେଣୁ ରାଜାର ଦାସମାନେ ତାହାକୁ କହିଲେ, ଦେଖନ୍ତୁ, ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି। ତେବେ ରାଜା କହିଲା, ସେ ଭିତରକୁ ଆସୁ।

6 ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାକୁ କହିଲା, ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ? ହାମନ୍‍ ମନେ ମନେ ଭାଳିଲା, ରାଜା ମୋ' ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?

7 ଏଣୁ ହାମନ୍‍ ରାଜାଙ୍କୁ ଉତ୍ତର ଦେଲା, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,

8 ତାହା ପାଇଁ ମହାରାଜଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

9 ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉନ୍ତ ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।

10 ଏଥିରେ ରାଜା ହାମନ୍‍କୁ କହିଲା, ତୁମ୍ଭେ ଏହା ଶୀଘ୍ର କରନ୍ତ ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କରନ୍ତ ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।

11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲା, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲା।

12 ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲା, ମାତ୍ର ହାମନ୍‍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।

13 ପୁଣି, ହାମନ୍‍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍‍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା; ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ଭାର୍ଯ୍ୟା ସେରଶ୍‍ ତାହାକୁ କହିଲେ, ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟ କରି ପାରିବ ନାହିଁନ୍ତ ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।

14 ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।