1 ଅନନ୍ତର ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି ।

2 ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାଶ୍ୱର୍ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ ।

3 ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ ।

4 ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, ଏହା ମହାପବିତ୍ର ସ୍ଥାନ ଅଟେ ।

5 ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାଶ୍ୱର୍ସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ ।

6 ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାଶ୍ୱର୍ସ୍ଥ କୋଠରିସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲାନ୍ତ ଆଉ, ପାଶ୍ୱର୍ସ୍ଥ କୋଠରିସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲାନ୍ତ କୋଠରିସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ ।

7 ପୁଣି, ପାଶ୍ୱର୍ସ୍ଥ କୋଠରିସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲାନ୍ତ କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା ।

8 ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜ୍ୟା ଥିଲା; ପାଶ୍ୱର୍ସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା ।

9 ବାହାର ଭାଗରେ ପାଶ୍ୱର୍ସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାଶ୍ୱର୍ସ୍ଥ କୋଠରିର ସ୍ଥାନ ଥିଲା ।

10 କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା ।

11 ପୁଣି, ପାଶ୍ୱର୍ସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ଆଡ଼େ ଥିଲା, ଗୋଟିଏ ଦ୍ୱାର ଉତ୍ତର ଆଡ଼େ ଓ ଅନ୍ୟ ଦ୍ୱାର ଦକ୍ଷିଣ ଆଡ଼େ ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା ।

12 ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍‍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା ।

13 ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍‍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ ।

14 ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍‍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ ।

15 ଅନନ୍ତର ପୃଥକ୍‍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ୍‍ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବରଣ୍ଡା (ମାପିଲେ);

16 ଦ୍ୱାରର ସମ୍ମୁଖସ୍ଥାନ ଓ ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;

17 ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା ।)।

18 ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା ଓ କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା ।

19 ଏହିରୂପେ ଏକ ପାଶ୍ୱର୍ସ୍ଥ ଖର୍ଜ୍ଜୁର ବୃକ୍ଷ ଆଡ଼େ ମନୁଷ୍ୟର ମୁଖ ଓ ଅନ୍ୟ ପାଶ୍ୱର୍ସ୍ଥ ଖର୍ଜ୍ଜୁର ବୃକ୍ଷଆଡ଼େ ଯୁବାସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା ।

20 ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲାନ୍ତ ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା ।

21 ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା ।

22 ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି ।

23 ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା ।

24 ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା ।

25 ପୁଣି ସେସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା ।

26 ଆଉ, ବରଣ୍ଡାର ପାଶ୍ୱର୍ରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାଶ୍ୱର୍ସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା ।