1 ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେନ୍ତ ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ ।

2 ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା ।

3 ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବରଣ୍ଡା ଥିଲା ।

4 ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା ।

5 ଉପରିସ୍ଥ କୋଠରିସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା ।

6 କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲାନ୍ତ ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା ।

7 ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାଶ୍ୱର୍ରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା ।

8 କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା ।

9 ପୁଣି, ବାହାର ପ୍ରାଙ୍ଗଣରୁ ସେସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା ।

10 ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରିଶ୍ରେଣୀ ଥିଲା ।

11 ଆଉ, ସେସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲାନ୍ତ ସେସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲାନ୍ତ ପୁଣି, ସେସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା ।

12 ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍‍, ସେସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା ।

13 ତହୁଁ ସେ ମୋତେ କହିଲେ, ପୃଥକ୍‍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ ।

14 ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେସବୁ ପବିତ୍ରନ୍ତ ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ ।

15 ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ ।

16 ସେ ପରିମାପକ ନଳ ଦ୍ୱାର ପୂର୍ବ ପାଶ୍ୱର୍ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା ।

17 ସେ ଉତ୍ତର ପାଶ୍ୱର୍ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା ।

18 ସେ ଦକ୍ଷିଣ ପାଶ୍ୱର୍ ମାପିଲେ, ପରିମାପକ ନଳରେ ତାହା ପାଞ୍ଚଶହ ନଳ ହେଲା ।

19 ସେ ପଶ୍ଚିମ ପାଶ୍ୱର୍କୁ ଫେରି ପରିମାପକ ନଳରେ ପାଞ୍ଚଶହ ନଳ ମାପିଲେ ।

20 ସେ ତାହାର ଚାରି ପାଶ୍ୱର୍ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ନଳ) ଥିଲା ।