1 ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲାନ୍ତ ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା ।

2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି । ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ ।

3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତୁ୍ୟଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ ।

4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ ।

5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ ।

6 ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି ।

7 ଏଣୁକରି ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହୋଇଅଛୁ; ଆମ୍ଭେ ଚିତାବାଘ ପରି ପଥ ପାଶ୍ୱର୍ରେ ଛକି ବସିବା;

8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବାନ୍ତ ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ ।

9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ ।

10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?

11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ ।

12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛିନ୍ତ ତାହାର ପାପ ସଞ୍ଚିତ ହୋଇଅଛି ।

13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ ।

14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତୁ୍ୟରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ ।

15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ ।

16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ ।