1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ ।

2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କରନ୍ତ ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା ।

3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ ।

4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି ।

5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍‍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍‍ର ତୁଲ୍ୟ ମୂଳ ବାନ୍ଧିବ ।

6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍‍ ପରି ହେବ ।

7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେନ୍ତ ତହିଁର ସୁବାସ ଲିବାନୋନ୍‍ର ଦ୍ରାକ୍ଷାରସ ତୁଲ୍ୟ ହେବ ।

8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟନ୍ତ ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ ।

9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।