1 ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

2 ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ- ଗଣର ସମୟରେ କି ଏହା ଘଟିଅଛି।

3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପୁରୁଷଙ୍କୁ ଜଣାଉନ୍ତୁ।

4 ଶୂକକୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇ ଅଛି।

6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟନ୍ତ ତାହାର ଦନ୍ତ ସିଂହଦ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ୍‍ ସିଂହର କଳଦ ତୁଲ୍ୟ।

7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।

8 ଯୌବନକାଳୀନ ସ୍ୱାମୀ-ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।

9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ- ନୈବେଦ୍ୟ ଅନ୍ତର କରାଯାଇଅଛିନ୍ତ ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।

10 କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି କାରଣ ଶସ୍ୟ ଉଜାଡ଼ ହୋଇଅଛି ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି ତୈଳ କ୍ଷୟ ପାଇଅଛି।

11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।

12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।

13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।

14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣକୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।

15 ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।

16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଳାସ କି ଅନ୍ତର କରାଯାଇ ନାହିଁ?

17 ବିହନସବୁ ଟେଳା ତଳେ ପଚି ଯାଉଅଛି ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛିନ୍ତ କାରଣ ଶସ୍ୟ ଶୁଷ୍କ ହୋଇଅଛି।

18 ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତିନ୍ତ ମେଷପଲ ନଷ୍ଟ ହେଉଅଛନ୍ତି।

19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି କାରଣ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍‍ଧ କରିଅଛି।

20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧକାଉଅଛନ୍ତି ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି।