1 ଉତ୍ତର କିଣାନ ହସ୍ତଗତ ଅନନ୍ତର ହାତ୍ସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,
2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜଗଣ ନିକଟକୁ,
3 ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିତ୍ତୀୟମାନଙ୍କ ନିକଟକୁ ଲୋକ ପଠାଇଲେ।
4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
5 ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।
6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅନ୍ତ କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବାନ୍ତ ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।
7 ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍ ଜଳାଶୟ ନିକଟରେ ଅକସ୍ମାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।
8 ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ୍ ଓ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପିର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବାଯାଏ ସେମାନଙ୍କୁ ସଂହାର କଲେ।
9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେନ୍ତ ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
10 ସେହି ସମୟରେ ଯିହୋଶୂୟ ଫେରି ଆସି ହାତ୍ସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ଼୍ଗରେ ଆଘାତ କଲେନ୍ତ ପୂର୍ବକାଳରେ ହାତ୍ସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।
11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କରି ବର୍ଜିତ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାତ୍ସୋରକୁ ଅଗ୍ନିରେ ଦଗ୍ଧ କଲେ।
12 ପୁଣି ଯିହୋଶୂୟ ସେହି ରାଜଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେଖଡ଼୍ଗଧାରରେ ସେମାନଙ୍କୁ ଆଘାତ କରି ବର୍ଜିତ ରୂପେ ବିନାଶ କଲେ।
13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାତ୍ସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁନ୍ତ ତାହା ଯିହୋଶୂୟ ଦଗ୍ଧ କଲେ।
14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେନ୍ତ ମାତ୍ର ନିଃଶେଷ ରୂପେ ବଧ କରିବା ଯାଏ ସେମାନେ ଖଡ଼୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେନ୍ତ ଆଉ ଯିହୋଶୂୟ ତଦନୁସାରେ କର୍ମ କଲେନ୍ତ ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।
16 ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେନ୍ତ ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
18 ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
19 ଗିବିୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲସନ୍ତ ାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ବର୍ଜିତ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
22 ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ।
23 ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।