1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେନ୍ତ ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
2 ସେ ସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?
4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅନ୍ତ ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେନ୍ତ ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।
6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବନ୍ତ ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାରନ୍ତ ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରିତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସନ୍ତ ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେନ୍ତ ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
11 ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାଶ୍ୱର୍ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲାନ୍ତ ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
13 ସେଠାରୁ ସେ ସୀମା ଲୁସକୁ ବା ଦକ୍ଷିଣ ଆଡ଼େ ଲୁସର ପାଶ୍ୱର୍ ପର୍ଯ୍ୟନ୍ତ ଗଲା, (ଏହାକୁ ବୈଥେଲ କହନ୍ତି); ପୁଣି ନୀଚସ୍ଥ ବୈଥୋରୋଣରଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।
14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବୈଥୋରୋଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍- ଯିୟାରୀମ ନାମକ ନଗର ପର୍ଯ୍ୟନ୍ତ ଗଲାନ୍ତ ଏ ପଶ୍ଚିମ ସୀମା।
15 ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝରପର୍ଯ୍ୟନ୍ତ ଗଲା।
16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକାସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱର୍କୁ ଗଡ଼ିଆସି ଐନରୋଗେଲକୁ ଗଲା।
17 ପୁଣି ଉତ୍ତର ଦିଗରେ ଫେରି ଐନଶେମସ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତରପର୍ଯ୍ୟନ୍ତ ଗଡ଼ିଗଲା।
18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାଶ୍ୱର୍ ଦେଇ ପଦାଭୂମିକି ଗଡ଼ିଗଲା।
19 ଓ ସେହି ସୀମା ବୈଥ୍-ଅଗ୍ଲାର ଉତ୍ତର ପାଶ୍ୱର୍ ପର୍ଯ୍ୟନ୍ତ ଗଲାନ୍ତ ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲାନ୍ତ ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନସନ୍ତ ାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍।
22 ଓ ବୈଥ୍-ଆରବା ଓ ସୀମାରୟମ୍ ଓ ବୈଥେଲ।
23 ଓ ଅବ୍ବୀମ୍ ଓ ପାରା ଓ ଅଫ୍ରା,
24 କଫରମ୍ମୋନି ଓ ଅଫନି ଓ ଗେବାନ୍ତ ଗ୍ରାମ ସମେତ ବାର ନଗର।
25 ଗିବିୟୋନ ଓ ରାମା ଓ ବେରୋତ।
26 ଓ ମିସ୍ପୀ ଓ କଫିରା ଓ ମୋତ୍ସା।
27 ଓ ରେକମ ଓ ଯିର୍ପେଲ ଓ ତରଲା।
28 ଓ ସେଲା ଓ ଏଲଫ ଓ ଯିବୂଷ(ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥନ୍ତ ଗ୍ରାମ ସମେତ ଏହି ଚଉଦ ନଗର ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ ସନ୍ତାନଗଣର ଏହି ଅଧିକାର।