1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2 ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁଗଣ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।
3 ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
5 ପୁଣି ଶାଫନ୍ ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
6 ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
8 ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
11 ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।
12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେ ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
13 ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ସେମାନେ ଖାଦ୍ୟ ନୁହନ୍ତିନ୍ତ ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
14 ପୁଣି, ବାଜ ଓ ଆପଣା ଆପଣା ଜାତି ଅନୁସାରେ ଚିଲ,
15 ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
16 ଉଷ୍ଟ୍ର ପକ୍ଷୀ ଓ ତାମସ ପକ୍ଷୀ ଓ ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
17 ପୁଣି, କୋଷପକ୍ଷୀ ଓ ପାଣିକୁଆ ଓ ବଗ,
18 ଦୀର୍ଘଗଳ ହଂସ ଓ ପାଣିଭେଳା ଓ ସାଗୁଣା।
19 ପୁଣି ଚରଳ, ଆପଣା ଆପଣା ଜାତି ଅନୁସାରେ କଙ୍କ ଓ ଟିଟ୍ଟିଭ ଓ ଚାମଚିକା।
20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।
22 ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ ଓ ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ ଓ ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
23 ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
26 ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚିନ୍ତ ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ।
27 ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
29 ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ ଖୋଲେଦ ଓ ମୂଷାନ୍ତ ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ।
30 ଆଉ, ଝିଟିପିଟି ଓ ସ୍ଥଳ-କୁମ୍ଭୀର ଓ ଏଣ୍ଡୁଅ ଓ ବାଲିଏଣ୍ଡୁଅ ଓ ବହୁରୂପା।
31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
32 ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ତହିଁ ଉତ୍ତାରେ ତାହା ଶୁଚି ହେବ।
33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।
34 ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ।
35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ ତନ୍ଦୁର ହେଉ କି ହାଣ୍ଡିଟାଙ୍ଗରା ହେଉ, ତାହା ଭଙ୍ଗାଯିବ ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବନ୍ତ ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ।
37 ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
39 ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
40 ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ ତାହା ଖାଦ୍ୟ ହେବ ନାହିଁ।
42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁନ୍ତ କାରଣ ସେମାନେ ଘୃଣାଯୋଗ୍ୟ।
43 ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
44 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅନ୍ତ ଯେହେତୁ ଆମ୍ଭେ ପବିତ୍ର ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ।
46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପ୍ରାଣୀମାନଙ୍କ ପ୍ରଭେଦ ଜଣାଇବା ପାଇଁ।
47 ପଶୁ, ପକ୍ଷୀ, ଜଳଚର ଜୀବ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।