1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

2 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

3 ଇସ୍ରାଏଲ-ବଂଶଜାତ ଯେକେହି ଗୋରୁ କି ମେଷ କି ଛାଗ ଛାଉଣି ମଧ୍ୟରେ ବା ଛାଉଣି ବାହାରେ ବଧ କରେ,

4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ- ତମ୍ବୁଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବନ୍ତ ସେ ରକ୍ତପାତ କରିଅଛି ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

5 ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେ ଯେ ବଳି କ୍ଷେତ୍ରକୁ ନିଅନ୍ତି, ସେସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।

6 ପୁଣି, ଯାଜକ ସମାଗମ-ତମ୍ବୁଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦU କରିବ।

7 ତହିଁରେ ସେମାନେ ଯେଉଁ ଛାଗ (ଦେବତା)ମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ-ବଂଶଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ହୋମ କି ବଳିଦାନ କରେ,

9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁଦ୍ୱାରକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

10 ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।

11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରଇ।

12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ପ୍ରାଣୀ ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

13 ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ମୃଗୟାରେ କୌଣସି ଖାଦ୍ୟ- ପଶୁକୁ ବା ପକ୍ଷୀକି ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।

14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ପ୍ରାଣ ସ୍ୱରୂପ ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣନ୍ତ ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।

15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ତହିଁ ଉତ୍ତାରେ ଶୁଚି ହେବ।

16 ମାତ୍ର ଯେବେ ସେ (ବସ୍ତ୍ର) ନ ଧୁଏ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବହିବ।