1 ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ ଯେବେ ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
2 ପୁଣି, ସେ ସମାଗମ-ତମ୍ବୁଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ।
3 ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ।
4 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ।
5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର।
6 ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ।
8 ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9 ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବନ୍ତ ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ ଓ ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ।
10 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାଶ୍ୱର୍ବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ।
11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12 ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13 ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ।
15 ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାଶ୍ୱର୍ବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ।
16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ ସମସ୍ତ ମେଦ ସଦାପ୍ରଭୁଙ୍କର।
17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।