1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପ୍ରେରଣ କଲେ।
2 ପୁଣି ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର।
3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
4 ଥାଳି, ଝୋଲି ଓ ଯୋତା ନିଅ ନାହିଁ, ପୁଣି ବାଟରେ କାହାକୁ ପ୍ରଣାମ କର ନାହିଁ।
5 ଆଉ ଯେ କୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବା, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
6 ଆଉ ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହା ହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବା; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସିବ।
7 ପୁଣି, ସେମାନେଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଜାଅ ନାହିଁ।
8 ପୁଣି, ଯେ କୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ଭୋଜନ କର,
9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସିସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
10 କିନ୍ତୁ ଯେ କୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ନ୍ନିକଟ, ଏହା ଜାଣିଥାଅ।
12 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିଦିନରେ ସେହି ନଗରରେ ଦଶା ଅପେକ୍ଷା ସଦମର ଦଶା ସହନୀୟ ହେବ।
13 ହାୟ, ଦଣ୍ଡର ପତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୁର୍ବରୁ ଅଖା ପିନ୍ଧି ପାଉଁସରେ ବସି ମନପରିବର୍ତ୍ତନ କରିଥାନ୍ତେ।
14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
15 ଆଉ, ରେ କଫର୍ନାହୂମ ତୁ କଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ପାତାଲ ପର୍ଯ୍ୟନ୍ତ ତୋର ଅଧୋଗତି ହେବ।
16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ, କଥା ଶୁଣେ, ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ, ପ୍ରେରଣ କର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
17 ଏଥିଉତାରେ ସେହି ସତୁରି ଜଣ ବାହୁଡ଼ିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
18 କିନ୍ତୁ ସେ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।
19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛିହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବା ନାହିଁ।
20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର।
21 ସେହି ଦଣ୍ଡରେ ସେ ପବିତ୍ରଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତ ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ୍ ଲୋକମାନଙ୍କଠାରୁ ଏହିସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି; ହଁ, ପିତ କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିସୟ ହେଲା।
22 ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଛା କରନ୍ତି, ସେ ଜାଣେ।
23 ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣିଅଛ ସେହିସବୁ ସେମାନେ ଶୁଣିବାକୁ ଇଛା କଲେ, କିନ୍ତୁ ଶୁଣିଲେ ନାହିଁ।
25 ଆଉ ଦେଖ, ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି।
26 ସେଥିରେ ସେ ତାହାଙ୍କୁ କହିଲେ, ବ୍ୟବସ୍ଥାରେ କଅଣ ଲେଖା ଅଛି ତୁମ୍ଭେ କିପରି ପଠ କରୁଅଛ।
27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତକରଣ, ସମସ୍ତ ପ୍ରାଣ, ସମସ୍ତ, ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକି ଆତ୍ମତୁଲୟା ପ୍ରେମ କର।
28 ସେଥିରେ ସେ ତାହାଙ୍କୁ କହିଲେ, ତୁମ୍ଭେ ଯଥାର୍ଥ ଉତ୍ତର ଦେଲ; ଏହା କର, ତାହା ହେଲେ ତୁମ୍ଭେ ଜୀବନ ପାଇବ।
29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ।
30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେଲୋକ ଯିରୁଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।
31 ଘଟଣା କ୍ରମେ ଜଣେ ଜାଯକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
32 ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।
33 କିନ୍ତୁ ଜଣେ ସମୀରୋଣିୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଲିତ ହେଲେ।
34 ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ ଆଉ ତାହାକୁ ଆପଣା ବାହାନ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ଘେନି ଯାଇ ତାହାର ସେବାଶୂଶ୍ରୁଷା କଲେ।
35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପନ୍ଥାଶାଳାର କର୍ତ୍ତାଙ୍କୁ ଦେଇ କହିଲେ, ଏହାର ସେବାଶୂଶ୍ରୁଷା କର, ଆଉ ଯାହା କିଛି ଅଧିକ ଖର୍ଚ କରିବ, ତାହା ମୁଁ ବାହୁଡ଼ିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।
36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ।
37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହିପ୍ରକାର କର।
38 ସେମାନେ ଯତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମ୍ନୀ ଜଣେ ସ୍ତ୍ରୀଲୋକ ଆପଣା ଗୃହରେ ତାହାଙ୍କର ଆତିଥ୍ୟ କଲେ।
39 ମରିୟମ ନାମ୍ନୀ ତାହାଙ୍କର ଜଣେ ଭଗ୍ନୀ ଥିଲେ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
40 କିନ୍ତୁ ମାର୍ଥା ପରିଚାର୍ଯ୍ୟା ବିଷୟରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।
41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
42 କିନ୍ତୁ ଅଳ୍ପ କେତଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରିୟମ ତ ଉତ୍ତମ ଭାଗ ମନୋନିତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ।