1 ୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲୀଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶ୍ରିତ କରିଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ।

2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲୀଲୀୟମାନେ ଅନ୍ୟ ସମସ୍ତ ଗାଲୀଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ।

3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପ୍ରକାରେ ବିନଷ୍ଟ ହେବ।

4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରଣନାସ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ।

5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।

6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିଗଛ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପିଲେ ନାହିଁ।

7 ତେଣୁ ସେ ମାଳୀକି କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୁମିକୁ ମଧ୍ୟ ଅକର୍ମଣ୍ୟ କରୁଅଛି।

8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲେ, ପ୍ରଭୂ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳିନ ଖତ ଦେବି,

9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।

10 ଠାରେ ସେ ବିଶ୍ରାମବାରରେ ଗୋଟିଏ ସମାଜ ଗୃହାରେ ଶିକ୍ଷା ଦେଉଥିଲେ।

11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା।

12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, କେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲା।

13 ଆଉ, ସେ ତାହା ଉପରେ ହାତ ଥୋଇଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।

14 କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସନାହିଁ।

15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ।

16 ତେବେ ଦେଖ, ଅଠର ବର୍ଷ ବ୍ୟାପି ଶୟତାନ ଦ୍ୱାରା ଆବଦ୍ଧ ଅବ୍ରାହାମଙ୍କ କନ୍ୟା ଏକୀ ସ୍ତ୍ରୀଲୋକଟି କଅଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା।

17 ଆଉ, ସେ ଏହି କଥା ସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକସମୂହ ତାହାଙ୍କ କୃତ ସମସ୍ତ ମହତ୍ କର୍ମ ସକାଶେ ଆନନ୍ଦ କରିବାକୁ ଲାଗିଲେ।

18 ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟ କାହା ସଦୃଶ ପୁଣି, କାହା ସାଙ୍ଗରେ ମୁଁ ତାହାର ତୁଳନା କରିବି।

19 ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ବାହାର ଡାଳରେ ଦାସ କଲେ।

20 ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି।

21 ତାହା ଖାମୀର ସଦୃଶ, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।

22 ଏଥି ଉତ୍ତାରେ ସେ ନଗରରେ ନଗରରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୁଶାଲାମ ଆଡ଼କୁ ଯାତ୍ରା କରୁଥିଲେ।

23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ ସେଥିରେ ସେ ସେମାନଙ୍କୁ କହିଲେ,

24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।

25 ଗୃହକର୍ତ୍ତା ଉଠି ଦ୍ୱାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।

26 ସେ ସେମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭାଜନପାନ କଲୁ, ପୁଣି ଆପଣ ଆମ୍ଭମାନଙ୍କ ଦଣ୍ଡମାନଙ୍କରେ ଶିକ୍ଷା ଦେଲେ;

27 ଆଉ, ସେ ତୁମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମଚାରିସମସ୍ତେ ମୋ’ ପାଖରୁ ଦୂର ହୁଅ।

28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସହାକ, ଯାକୁବ ପୁଣି ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।

29 ପୁଣି ପୁର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ।

30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।

31 ସେହି ଦଣ୍ଡରେ କେତେକ ଫାରୁଶୀତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ବଧ କରିବାକୁ ଇଛା କରୁଅଛନ୍ତି।

32 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିୟାଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ଆରୋଗ୍ୟ କରୁଅଛି, ପିନୁ ତୃତୀୟ ଦିନରେ ମୁଁ ସିଦ୍ଧ ହେବି।

33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ବିନଷ୍ଟ ହେବା ଉଚିତ ନୁହେଁ।

34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁମ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟି ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଛୁକ ହେଲା ନାହିଁ।

35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।