1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;

2 ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାନ୍ତା।

3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।

4 ପୁଣି ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।

5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।

6 ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହା ହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।

7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବା, ଏହିକ୍ଷଣି ଆସି ଖାଇ ବାସ୍।

8 ସେ କଅଣ ବରଞ୍ଚ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର୍, ପୁଣି ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର୍, ତାହା ପରେ ତୁ ଖିଆପିଆ କରିବୁ।

9 ଦାସ ଆଜ୍ଞାନୁସାରେ କର୍ମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ।

10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଜ୍ଞାନୁସାରେ ସମସ୍ତେ କର୍ମ କଲା ଉତାରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।

11 ସେ ଯିରୂଶାଲକୁ ଯାତ୍ର କରିବା ସମୟରେ ଶିମିରୋଣ ଓ ଗାଲୀଲୀ ମଧ୍ୟ ଦେଇ ଗମନ କରୁଥିଲେ।

12 ଆଉ ସେ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତି ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;

13 ସେମାନେ ଦୂରରେ ଠିଆ ହୋଇ ଉଚ୍ଛ ସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।

14 ପୁଣି ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ। ଆଉ ସେମାନେ ଯେଉଁ ଯେଉଁ ଶୁଚି ହେଲେ।

15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଛ ସ୍ୱରରେ ଆପଣାଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସିଲେ,

16 ଯୀଶୁଙ୍କ ଚରଣ ତଳେ ଉବୁଡ଼ୁ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।

17 . ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କଅଣ ଶୁଚି ହେଲେ ନାହିଁ।

18 ତେବେ ଆଉ ନଅ ଜଣ କାହାନ୍ତି ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ବିଜାତି ଲୋକଟି ଛଡ଼ା କଅଣ ଆଉ କେହି ବାହୁଡ଼ିଆସି ନାହିଁ।

19 ପୁଣି ସେ ତାହାକୁ କହିଲେ, ଉଠି ପ୍ରସ୍ଥାନ କର, ତୁମ୍ଭର ବିଶ୍ୱାସ ତୁମଭକୁ ସୁସ୍ଥ କରିଅଛି।

20 ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାକୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;

21 ମିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।

22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ବାଞ୍ଛା କରିବ, କିନ୍ତୁ ଦେଖିବା ନାହିଁ।

23 ଦେଖ, ଏଠାରେ, ବୋଲି ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ପଶ୍ଚାଦଗାମୀ ହୁଆ ନାହିଁ।

24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆର ପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବ।

25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।

26 ଆଉ ନୋହଙ୍କ ସମୟରେ ଜେପରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହିପ୍ରକାର ଘଟିବା;

27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ପ୍ରବୃତ୍ତ ଥିଲେ, ପୁଣି ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।

28 ଲୋଟଙ୍କ ସମୟରେ ମଧ୍ୟ ସେହିପ୍ରକାର ଘଟିଥିଲା, ଲୋକ ଭୋଜନପାନ, କ୍ରୟବିକ୍ରୟ, ବୃକ୍ଷରୋପଣ ଓ ଗୃହନିର୍ମାଣ କରିବାରେ ପ୍ରବୃତ ଥିଲେ,

29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା।

30 ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହିପ୍ରକାର ଘଟିବ।

31 ସେହି ଦିନ ଯେ ଛାତ ଉପରେ ଥିବ, ସେ ଘରେ ଭିତରେ ଥିବା ଆପଣା ଜିନିଷପତ୍ର ଘେନିଯିଵ ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ବାହୁଡ଼ି ନ ଯାଉ।

32 ଲୋଟଙ୍କ ସ୍ତ୍ରୀର କଥା ସ୍ମରଣ କର।

33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।

34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତ୍ରିରେ ଦୁଇ ଜଣ ଗୋଟିଏ ଶଯ୍ୟାରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।

35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।

36 [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।]।

37 ସେଥିରେ ସେମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।