1 ଏଥିମଧ୍ୟରେ ସେ ଦିନେ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଜାଯକ ଓ ଶାସ୍ତ୍ରୀମାନେ ପ୍ରାଚୀନବର୍ଗଙ୍କ ସହିତ ଆସି ତାହାଙ୍କୁ କହିଲେ,
2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ।
3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା।
5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁଁ, ତାହା ହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ।
6 କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
7 ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣନ୍ତି ନାହିଁ ବୋଲି ସେମାନେ ଉତ୍ତର ଦେଲେ।
8 ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।
9 ଏଥିଉତ୍ତାରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗମନ କଲେ।
10 ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାଶକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହର କରି ଶୂନ୍ୟ ହସ୍ତରେ ଫେରିଦେଲେ।
11 ସେ ପୁଣି ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୁନ୍ୟ ହସ୍ତରେ ଫେରାଇଦେଲେ;
12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
13 ସେଥିରେ ଦ୍ରାକ୍ଷା କ୍ଷେତ୍ରର କର୍ତ୍ତା କହିଲେ, ମୁଁ କଅଣ କରିବି ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।
15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ।
16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।
17 କିନ୍ତୁ ସେ ସେମାନଙ୍କୁ ଏକ ଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତାରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା।
18 ଯେ କେହି ସେହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି ସେହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।
19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ଦଣ୍ଡରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
20 ସେଥିରେ ସେମାନେ ତାହାଙ୍କୁ କର୍ତ୍ତୁପକ୍ଷଙ୍କ ହସ୍ତରେ ଓ ଶାସନକର୍ତ୍ତାଙ୍କ କ୍ଷମତାଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ତାହାଙ୍କ କଥାର ଛିଦ୍ର ଧରିବା ଉଦ୍ଦେଶ୍ୟରେ କପଟଭାବରେ ଆପଣା ଆପଣାକୁ ପଠାଇଲେ।
21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି।
22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନା।
23 କିନ୍ତୁ ସେ ସେମାନଙ୍କ ଧୂର୍ତ୍ତତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି ଦେଖାଅ।
24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ସେମାନେ କହିଲେ, କାଇସରଙ୍କର।
25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।
26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଛିଦ୍ର ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଚମତ୍କୃତ ହୋଇ ନୀରବ ରହିଲେ।
27 ଏଥିଉତ୍ତାରେ ପୁନରୁଥିାନ ନାସ୍ତି କରୁଥିବା କେତେକ ସାଦ୍ଦୁକୀ ତାହାଙ୍କ ନିକଟରେ ଆସି ପଚାରିଲେ,
28 ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ଭାର୍ଯ୍ୟା ଥାଉଁ ଥାଉଁ ନିଃସନ୍ତାନ ହୋଇ ମରେ, ତାହା ହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବା।
29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30 ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31 ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
32 ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
33 ତେବେ ପୁନରୁଥିାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
34 ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁଥିାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
36 ପୁଣି ସେମାନେ ଆଉ ମାରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁଥିାନର ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି।
37 ମାତ୍ର ମୃତମାନେ ଯେ ଉଥିିତ ହୁଅନ୍ତି, ଏହା ମୋଶା ମଧ୍ୟ ବୁଦାର ବୃତ୍ତାନ୍ତରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଯିସହାକଙ୍କ ଇଶ୍ୱର ଓ ଯାକୁବଙ୍କ ଇଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି।
38 ସେ ତ ମୃତମାନଙ୍କ ଈଶ୍ୱର ନୁହନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।
39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ହେତେକ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଯଥାର୍ଥ କହିଲେ।
40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି।
42 କାରଣ ସ୍ୱୟଂ ଦାଉଦ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
43 ଆମ୍ଭେ ଯେ ପର୍ଯ୍ୟନ୍ତ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେ ପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
44 ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କି ପ୍ରକାରେ ତାହାଙ୍କର ସନ୍ତାନ।
45 ପରେ ସେ ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ଶିଷ୍ୟମାନଙ୍କୁ କହିଲେ,
46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଭଲ ପାଆନ୍ତି;
47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।