1 ଈଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ |।
2 ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁଁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବେ;
3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,
4 ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନଃପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ |।
5 ସେଥିରେ ସମସ୍ତ ଯିହୂଦା ପ୍ରଦେଶ ଓ ସମସ୍ତ ଯିରୂଶାଲମନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ |।
6 ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ |।
7 ସେ ଘୋଷଣା କରି କହିବାକୁ ଲାଗିଲେ, ମୋଠାରୁ ଯେ ଅଧିକ ଶକ୍ତିମାନ୍, ସେ ମୋ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ |।
8 ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ |।
9 ସେହିସମୟରେ ଯୀଶୁ ଗାଲୀଲୀ ନାଜରିତରୁ ଆସି ଜର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ |।
10 ଆଉ ତତ୍ କ୍ଷଣାତ୍ ସେ ଜଳରୁ ଉଠି ଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ,
11 ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତଷୋ |।
12 ସେହିକ୍ଷଣି ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ |।
13 ସେ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ |।
14 ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲୀଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
15 କାଳ ସମ୍ପୁର୍ଣ୍ଣହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର |।
16 ସେ ଗାଲୀଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ |।
17 ଯୀଶୁ ସେମାନଙ୍କୁ କହିଲେ, ମୋହର ଆନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି |।
18 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ |।
19 ପୁଣି ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦିଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ |।
20 ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦିଙ୍କି ମୂଲିଆମାନଙ୍କସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ |।
21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ |।
22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାର ପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ |।
23 ସେହିକ୍ଷଣି ସେମାନେ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,
24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି |।
25 ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା |।
26 ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ିପକାଇ ଅତି ଉଚ୍ଚ ସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା |।
27 ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି |।
28 ସେଥିରେ ତାହାଙ୍କ ସମ୍ବଦ୍ଧୀୟ ସମାଚାର ତତ୍ କ୍ଷଣାତ୍ ଗାଲୀଲୀର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା |।
29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ |।
30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ |।
31 ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି ସେ ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ |।
32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପିଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
33 ପୁଣି ନଗରବାସୀସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ |।
34 ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କି ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁଥିଲେ |।
35 ପାହାନ୍ତିଆ ସମୟରେ ଅନ୍ଧାର ଥାଉଁ ଥାଉଁ ସେ ଉଠି ବାହାରିଗଲେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ |।
36 ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି।
37 ସାକ୍ଷାତ୍ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି |।
38 ସେଥିରେ ସେ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମିଂ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି |।
39 ପୁଣି ସେ ସମୁଦାୟ ଗାଲୀଲୀରେ ଭ୍ରମଣ କରୁଁ କରୁଁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ |।
40 ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଜାନୁ ପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି |।
41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ |।
42 ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା |।
43 ପୁଣି ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟାସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର |।
45 କିନ୍ତୁ ସେ ବାହାରି ଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅଡ଼େ ଏତେ କହିବାକୁ ଲାଗିଲେ ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ |।