1 ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ ଦଲୀନୀ ମରିୟମ, ଯାକୁବଙ୍କ ମାତା ମରୁୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଜେପେରୀ ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି |।

2 ପୁଣି ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା |।

3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ କାରଣ ତାହା ଅତି ବୃହତ୍ ଥିଲା |।

4 ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଈଯାଇଅଛି |।

5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଲବସ୍ତ୍ରପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ୱିତ ହେଲେ |।

6 ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ୱିତ ହୁଅ ନାହିଁ; ତୁମ୍ଭେମାନେ କୃଶରେ ହାତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ |।

7 କିନ୍ତୁ ସେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲୀଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ |।

8 ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଉ ସେମାନେ ଭୀତ ହୋଇଗଲେ |।

9 [ ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛାଡ଼ାଇଥିଲେ, ସେହି ମଗ୍ ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ |।

10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ |।

11 ସେ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ |।

12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟରୂପେ ସେମାନଙ୍କୁ ଦର୍ଶନ ଦେଲେ,

13 ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ |।

14 ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ |।

15 ପୁଣି ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର |।

16 ଯେ ବିଶ୍ୱାସ କରି ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ଯେ ଅବିଶ୍ୱାସ କରେ, ସେ ଦଣ୍ଡାଜ୍ଞା ପାଇବ |।

17 ଆଉ ବିଶ୍ୱାସୀମାନଙ୍କର ଏହି ସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋ ନାମରେ ଭୂତ ଛାଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,

18 ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ |।

19 ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ |।

20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ |।