1 ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ |।
2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ |।
3 ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ |।
4 ପୁଣି ହାଟବଜାରରୁ ଆସି ନିଜ ନିଜ ଉପରେ ପାଣି ନ ଛିଞ୍ଚିଲେ ଖଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି |।
5 ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି।
6 ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାୟ ଥୁମ୍ଭମାନଙ୍କ ବିଷୟରେ ଯଥାର୍ଥରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ |।
7 ସେମାନେ ମନୁଷ୍ୟ ମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି |।
8 ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ |।
9 ପୁଣି ସ୍ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କାରୁଅଛ !
10 କାରଣ ମୋଶା କହିଅଛନ୍ତି, ଆପଣା ପିତା ମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିସାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ |।
11 କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋଠାରୁ ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାନ୍ତା,ତାହାକର୍ବାନ୍', ଅର୍ଥାତ୍ ମାନତ ହୋଇଅଛି,
12 ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
13 ଏହିରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ |।
14 ସେ ପୁନର୍ବାର ଲୋକସମୂହ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ କଥା ଶୁଣ ଓ ବୁଝ |।
15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ |।
16 [ ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ | ]।
17 ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ |।
18 ସେଥିରେ ସେ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ,
19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବହିର୍ଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ।
20 ଆଉ ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହାହିଁ ତାହାକୁ ଅଶୁଚି କରେ |।
21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ -।
22 ବେଶ୍ୟାଗମନ, ଚୌର୍ଯ୍ୟ, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;
23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ |।
24 ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ରା ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ |।
25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକି ଅଶୁଚି ଆତ୍ମା ଲାଗିଥିଲା, ଏ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା |।
26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା |ତାହାର ଝିଅଠାରୁ ଭୂତ ଛାଡ଼ାଇଵା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା |।
27 ସେଥିରେ ସେ ତାହାକୁ କହିଲେ,ପ୍ରଥମେ ସନ୍ତାନ ମାନଙ୍କୁ ତୃପ୍ତ ହବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କୁ ପାକଖରେ ପକାଇବା ଉଚିତ୍ ନୁହେଁ |।
28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲେ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖଆନ୍ତି |।
29 ସେଥିରେ ସେ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି |।
30 ପୁଣି ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା |।
31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସିଦୋନ ଓ କେଦାପଲୀ ସିମ ମଧ୍ୟ ଦେଇ ଗାଲୀଲୀ ସମୁଦ୍ର ନିକଟକୁ ଆସିଲେ |।
32 ଆଉ ଲୋକେଜନେ କାଲ ଓ ଖାନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ |।
33 ସେ ତାହାକୁ ଲୋକ ସମୂହକୁ ମହଦୟାରୁ ଅନ୍ତର କରି ଏକାକୀ ଘେନି ଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ,
34 ଆଉ ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ,ଇପ୍ପଥଃ', ଅର୍ଥାତ୍ ଫିଟିଯା |।
35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାରବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟରୂପେ କଥା କହିବାକୁ ଲାଗିଲା |।
36 ପୁଣି ଏ ବିଷୟ କାହାରିକୀ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ରା ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ |।
37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି |।