1 ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ଆଗରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ସେ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
2 ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ |।
3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏଁ, ତାହା ହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ଦୂରରୁ ଆସିଅଛନ୍ତି |।
4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରିପାରିବ।
5 ସେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି ସେମାନେ କହିଲେ, ସାତୋଟି |।
6 ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ |।
7 ପୁଣି ସେମାନଙ୍କ ପାଖରେ ଅଳ୍ପ କେତୋଟି ରୋଟୀ ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ |।
8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେଓ ସାତ ବେତା ବଳକା ଭଙ୍ଗା ରୋଟୀ ଉଠାଇଲେ |।
9 ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ |।
10 ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ ମନୂଥା ଅଞ୍ଚଲକୁ ଆସିଲେ |।
11 ପରେ ଫାରୂଶୀମାନେ ବାହାରିଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ |।
12 ସେଥିରେ ସେ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ |।
13 ଆଉ ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ |।
14 ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବାଳ ଗୋଟିଏ ମାତ୍ର ରୋଟୀ ଥିଲା |।
15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନେଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ |।
16 ସେଥିରେ ସେମାନେ ପରସ୍ପପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁଁ ବୋଲି ସେ ଏହା କହୁଅଛନ୍ତି |।
17 ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁଁ ବୋଲି କାହିଁକି ପରସ୍ପପର ତର୍କବିତର୍କ କରୁଅଛ ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁନାହଁ।
18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି ଚକ୍ଷୁ ଥାଉଁ ଥାଉଁ କି ଦେଖୁନାହଁ ପୁଣି କର୍ଣ୍ଣ ଥାଉଁ ଥାଉଁ କି ଶୁଣୁ ନାହଁ।
19 ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯତେବେଳେ ପାଞ୍ଚୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକାଇ ଭଙ୍ଗା ଖଣ୍ଡ ଉଠାଇନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ |।
20 ଆଉ ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ଡ ଉଠାଇନେଇଥିଲ ସେମାନେ କହିଲେ, ସାତ ବେତା |।
21 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣଏପର୍ଯ୍ୟନ୍ତ ବୁଝୁନାହଁ।
22 ପରେ ସେମାନେ ବେଥ୍ ସାଇଦାକୁ ଆସିଲେ | ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ |।
23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଅଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ।
24 ସେ ଚାହିଁଁ କହିଲା, ମୁଁ ମନୁଷ୍ୟ ମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି |।
25 ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟରୂପେ ଦେଖିଲା ଓ ସୁସ୍ଥ ହୋଇ ଏକ ଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁଁବାକୁ ଲାଗିଲା |।
26 ପରେ ସେ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ |।
27 ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି।
28 ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ |।
29 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ |।
30 ସେଥିରେ ସେ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ |।
31 ଆଉ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ |।
32 ଏହି କଥା ସେ ସ୍ପଷ୍ଟରୂପେ କହିଲେ | ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ |।
33 କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଇଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ |।
34 ତତ୍ପରେ ସେ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି ଆପଣା କୃଶ ଘେନି ମୋହର ଅନୁଗମନ କରୁ |।
35 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ |।
36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ।
37 ପୁଣି ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ।
38 ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ |।