1 ସେହି ସମୟରେ ସାମନ୍ତ ରାଜା ହେରୋଦ ଯୀଶୁଙ୍କ ସମ୍ବନ୍ଧୀୟ ସମାଚାର ଶୁଣି ଆପଣା ଦାସମାନଙ୍କୁ କହିଲେ,

2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି |।

3 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦିଶାଳାରେ ପକାଇଥିଲେ |।

4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେ |।

5 ଆଉ, ସେ ତାଙ୍କୁ ବଧ କରିବାକୁ ଇଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀବୋଲି ମାନୁଥିଲେ |।

6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା |।

7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ |।

8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ |।

9 ଏଥିରେ ରାଜା ଦୁଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ଉପବିଷ୍ଟ ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ |।

10 ପୁଣି ଲୋକ ପଠାଇ ବନ୍ଦିଶାଳାରେ ଯୋହନଙ୍କ ମସ୍ତକ ଛେଦନ କରିଲେ,

11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି ସେ ଆପଣା ମାଁ ନିକଟକୁ ତାହା ଘେନିଗଲା |।

12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ସବ ଘେନିଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ |।

13 ଯୀଶୁ ତାହା ଶୁଣି ସେଠାରୁ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ପ୍ରସ୍ଥାନ କଲେ | ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ପାଦ ଗତିରେ ତାହାଙ୍କର ପଶ୍ଚାଦଗମନ କଲେ;

14 ଆଉ, ସେ ନୌକାରୁ ବାହାରି ବହୁ ସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ଆରୋଗ୍ୟ କଲେ |।

15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ |।

16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ |।

17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୋଟି ଓ ଦୁଇଟି ମାଛ ଅଛି |।

18 ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ |।

19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୋଟି ଓ ଦୁଇଟି ମାଛ ଘେନି ସ୍ୱର୍ଗଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟି ଗୋଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ |।

20 ପୁଣି ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତିକଲେ |।

21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ |।

22 ସେହିକ୍ଷଣି ସେ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକି ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ |।

23 ଲୋକସମୂୂହକୁ ବିଦାୟ ଦେଲା ଉତ୍ତାରେ ସେ ପ୍ରାର୍ଥନା କରିବା ନିମନ୍ତେ ଅନ୍ତର ହୋଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକି ଥିଲେ |।

24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁହେତୁ ତାହା ଟଳମଳ ହେଉଥିଲା |।

25 କିନ୍ତୁ ରାତ୍ରୀର ଚତୁର୍ଥ ପ୍ରହରରେ ସେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,

26 ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦବିଗ୍ନ ହୋଇ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ |।

27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ |।

28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ନିକଟକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ |।

29 ସେ କହିଲେ, ଆସ | ସେଥିରେ ପିତର ନୌକାରୁ ଏହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ନିକଟକୁ ଗଲେ |।

30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ |।

31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ।

32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ ପବନ ଦନ୍ଦହେଲା |।

33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର |।

34 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ |।

35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;

36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମୁକା ଛୁଅନ୍ତି, ଏହା ତାହାଙ୍କୁ ବିନତୀ କରିବାକୁ ଲାଗିଲେ, ପୁଣି ଯେତେଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ |।