1 ଫାରୂଶୀ ଓ ସାଦ୍ଦୁକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେଲ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ |।

2 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲି ହୋଇଅଛି |।

3 ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି | ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝିପାରୁ ନାହା।

4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଯୁନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ | ପୁଣି ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ |।

5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରିଯାଇଅଛନ୍ତି |।

6 ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୁଶୀ ଓ ସାଦ୍ଦୁକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ |।

7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୋଟୀ ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି |।

8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ।

9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ,

10 କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୋଟୀ, ପୁଣି କେତେ ବେତା ଉଠାଇଲ, ସେହିସବୁ କି ତୁମ୍ଭର ସ୍ମରଣ ନାହିଁ।

11 ମୁଁ ଯେ ତୁମ୍ଭମାନଙ୍କୁ ରୋଟୀ ବିଷୟରେ କହି ନ ଥିଲି, ଏହାୟ କିପରି ବୁଝୁ ନାହଁ କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ |।

12 ସେ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୁକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ |।

13 ପରେ ଯୀଶୁ କାଇସରୀଆ ଫିଲିପ୍ପି ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି।

14 ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମିୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ |।

15 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ।

16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର |।

17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୁନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କର ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି |।

18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛ, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ |।

19 ମୁଁ ତୁମ୍ଭମାନଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ |।

20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ |।

21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ କହୁତ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉଥିତ ହେବାକୁ ହେବ |।

22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେହେଁ ନ ଘଟୁ |।

23 କିନ୍ତୁ ସେ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛି |।

24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି ଆପଣା କୃଶ ଘେନି ମୋହର ଅନୁଗମନ କରୁ |।

25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହୟ ପ୍ରାପ୍ତ ହେବ |।

26 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ହେବ।

27 ପୁଣି ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ |।

28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ |।