1 ସତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ୍ କରିବାକୁ ବାହାରିଲେ |।
2 ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ |।
3 ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ,
4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ |।
5 ବାରଙ୍କ ଆସିଅବାର ବିଳମ୍ବ ହୁଅନ୍ତେ ସମସ୍ତେ ଢୁଳାଉଁ ଢୁଳାଉଁ ଶୋଇ ପଡ଼ିଲେ |।
6 କିନ୍ତୁ ଅର୍ଦ୍ଧରାତ୍ରରେଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା |।
7 ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ |।
8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି |।
9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣିଆଣ |।
10 କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ଆସିଲେ, ପୁଣି ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା |।
11 ଏଥିଉତ୍ତାରେ ଅନ୍ୟ କନ୍ୟାମାନେ ମଧ୍ୟ ଆସିଆ କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ |।
12 କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭ ମାନଙ୍କୁ ସତ୍ୟ କହୁଅଛି, ମୁ ତୁମ୍ଭମାନଙ୍କୁ ଜାଣେ ନାହିଁ |।
13 ଅତଏବ ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ଡ ଜଣ ନାହିଁ |।
14 କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ୱାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ସେହିପରି |।
15 ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜନକକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ |।
16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍ କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା |।
17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା |।
18 ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା |।
19 ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନେଙ୍କ ସାଙ୍ଗରେ ହିସାବ କଲେ |।
20 ଆଉ ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି |।
21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ |।
22 ପୁଣି ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି |।
23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତି କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ |।
24 ଆଉ ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି |।
25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ |।
26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏଁ, ସେଠାରେ କାଟେଁ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏଁ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ।
27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ ଥିଲା; ତାହା ହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାନ୍ତି |।
28 ଅତଏବ ଏହାଠାରୁ ଏହି ତୋଡ଼ା ଘେନିଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ |।
29 କାରଣ ଯେ କୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହାହିଁ ତାହାଠାରୁ ନିଆଯିବ |।
30 ଆଉ ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ |।
31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆଗମନ କରତିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ,
32 ପୁଣି ତାହାର ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରି।
33 ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ |।
34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
36 ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପିଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ |।
37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମହବେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁଁ ଅବା ତୃଷିତ ଦେଖି ପାନ କରିବାକୁ ଦେଲୁଁ।
38 ଆଉ କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁଁ କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁଁ।
39 ଆଉ କେବେ ଆପଣଙ୍କୁ ପିଡ଼ିତ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁଁ।
40 ପୁଣି ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜନକ୍କା ପ୍ରତି ଏହା କରିଥିବାରୁ ମୋ ପ୍ରତିହିଁ ତାହା କରିଅଛ |।
41 ତତ୍ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ଟ୍ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର,
42 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ପିଡ଼ିତ ଓ କାରାଗାରସ୍ଥ ଥିଲି, ମୋତେ ସଂଖୋଳିଲ ନାହିଁ |।
44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପିଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କୁର ସେବା କଲୁ ନାହିଁ।
45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତିହିଁ ତାହା କରି ନାହଁ |।
46 ଆଉ ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ |।