1 ସେଥିରେ ସେ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ |।

2 ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତରୋଗୀକି ବହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ସାହସ ଧାର, ତୁମ୍ଭର ପାପ ସବୁ କ୍ଷମା କରାଗଲା |।

3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱରନିନ୍ଦା କରୁଅଛି |।

4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ।

5 କାରଣ କଅଣ ସହଜ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା।

6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ |।

7 ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା |।

8 ତାହା ଦେଖି ଲୋକସମୂହ ଭିତ ହେଲେ, ପୁଣି ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ |।

9 ଯୀଶୁ ସେଠାରୁ ଯାଉଁ ଯାଉଁ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର | ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ |।

10 ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଶ୍ୟମାନଙ୍କ ସଂଗରେ ବସିଲେ |।

11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଶ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି।

12 କିନ୍ତୁ ସେ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି |।

13 କିନ୍ତୁ ଆମ୍ଭେ ବଳିଦାନ ଭଲ ନା ପାଇ ଦୟା ଭଲ ପାଉଁ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି |।

14 ସେହି ସମୟରେ ଯୋହନଙ୍କର ଶିଶ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁଁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି।

15 ଯୀଶୁ ସେମାନଙ୍କୁ କହିଲେ, ବାର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ |।

16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ |।

17 ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି ଉଭୟ ରକ୍ଷା ପାଏ |।

18 ସେ ସେମାନଙ୍କୁ ଏହି ସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ |।

19 ସେଥିରେ ଯୀଶୁ ଉଠି ଆପଣା ଶିଶ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ |।

20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦରରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,

21 କାରଣ ସେ ମନେ ମନେ କହୁଥିଲେ, କେବଳ ତାହାଙ୍କଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି |।

22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧାର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଛି | ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା |।

23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ଟ ମାରି ନାହିଁ, ମାତ୍ର ଶୋଇପଡ଼ିଅଛି।

24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ |।

25 କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଏ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା |।

26 ପୁଣି ଏହି କଥା ସେହି ଦେଶଯାକ ବ୍ୟାପିଗଲା |।

27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ |।

28 ପୁଣି ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ | ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେଁ, ତାହା କି ବିଶ୍ୱାସ କରୁଅଛ ସେମାନେ କହିଲେ ହଁ, ପ୍ରଭୁ |।

29 ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ପ୍ରତି ଘଟୁ |।

30 ତହିଁରେ ସେମାନଙ୍କର ଆଖି ଫିଟିଗଲା | ପୁଣି ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନା ଜାଣେ |।

31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ |।

32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ |।

33 ପୁଣି ଭୂତ ଛାଡ଼ାଯାଆନ୍ତେ ସେହି ମୂକ କଥା କହିଲା | ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାୟେଲ ମଧ୍ୟରେ ଏପରି କେବେହେଁ ଦେଖାଯାଇ ନାହିଁ |।

34 କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି |।

35 ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ |।

36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ |।

37 ସେତେବେଳେ ସେ ଆପଣା ଶିଶ୍ୟମାନଙ୍କୁ କହିଲେ, ଶସ୍ୟ ସିଣ ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,

38 ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରିମାନଙ୍କୁ ପଠାଇଦେବା ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର |।