1 ନୀନିବୀ ବିଷୟକ ଭାରୋକ୍ତି ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ।

2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର* ଓ ପ୍ରତିଫଳଦାତା ଅଟନ୍ତିନ୍ତ ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତିନ୍ତ ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।

3 ସଦାପ୍ରଭୁ କ୍ରୋଧରେ ଧୀର* ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁନ୍ତ ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି􀃗 ଓ ମେଘମାଳ ତାହାଙ୍କର ପାଦଧୂଳି।

4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତିନ୍ତ ବାଶନ୍‍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।

5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା';ିନ୍ତ ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯା';ି।

6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।

7 ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତିନ୍ତ ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତିନ୍ତ ସେମାନଙ୍କୁ ସେ ଜାଣନ୍ତି।

8 ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।

9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ସେ ନିଃଶେଷ ରୂପେ ସଂହାର କରିବେନ୍ତ ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।

10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ􀃗।

11 ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।

12 ସଦାପ୍ରଭୁ ଏହି କଥା କହନ୍ତିନ୍ତ ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।

13 ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।

14 ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବନ୍ତ ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବାନ୍ତ ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବାନ୍ତ କାରଣ ତୁମ୍ଭେ ପାପାଧମ ଅଟ।

15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କରନ୍ତ କାରଣ ସେ ପାପାଧମ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବ ନାହିଁନ୍ତ ସେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛି।