1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍‍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;

2 ଅମରୀୟ, ମଲ୍ଲୂକ, ହଟୂଶ,

3 ଶଖନୀୟ, ରହୂମ, ମରେମୋତ୍‍;

4 ଇଦ୍ଦୋ, ଗିନ୍ନଥୋୟ, ଅବୀୟ;

5 ମିୟାମୀନ୍‍, ମୋୟଦୀୟ, ବିଲଗା;

6 ଶମୟୀୟ ଓ ଯୋୟାରୀବ୍‍, ଯିଦୟୀୟ;

7 ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ।

8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।

9 ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।

10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ୍‍ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,

11 ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।

12 ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;

13 ଯିରିମୀୟ-ବଂଶର ହନାନୀୟନ୍ତ ଏଜ୍ରା-ବଂଶର ମଶୁଲ୍ଲମ୍‍ନ୍ତ ଅମରୀୟ-ବଂଶର ଯିହୋହାନନ୍‍ନ୍ତ।

14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ୍‍;

15 ହାରିମ-ବଂଶର ଅଦନ୍‍ନ୍ତ ମରାୟୋତ-ବଂଶର ହିଲ୍‍କୟ;

16 ଇଦ୍ଦୋ-ବଂଶର ଜିଖରୀୟନ୍ତ ଗିନ୍ନଥୋନ-ବଂଶର ମଶୁଲ୍ଲମ୍‍;

17 ଅବୀୟ-ବଂଶର ସିଖ୍ରିନ୍ତ ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍‍ଟେୟ;

18 ବିଲ୍‍ଗା-ବଂଶର ଶମ୍ମୁୟନ୍ତ ଶମୟୀୟ-ବଂଶର ଯିହୋନାଥନ୍‍;

19 ଆଉ, ଯୋୟାରୀବ-ବଂଶର ମତ୍ତନୟନ୍ତ ଯିଦୟୀୟ- ବଂଶର ଉଷି;

20 ସଲ୍ଲୟ-ବଂଶର କଲ୍ଲୟ;

21 ଆମୋକ-ବଂଶର ଏବର୍‍ନ୍ତ ହିଲ୍‍କୀୟ-ବଂଶର ହଶବୀୟନ୍ତ ଯିଦୟୀୟ-ବଂଶର ନଥନେଲ।

22 ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍‍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

23 ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।

24 ଲେବୀୟମାନଙ୍କର ପ୍ରଧାନଗଣନ୍ତ ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

25 ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲମୋନ୍‍, ଅକ୍‍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।

26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।

27 ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନେ୍ୱଷଣ କଲେ।

28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;

29 ମଧ୍ୟ ବୈଥ୍‍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।

30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେନ୍ତ ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।

31 ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାଶ୍ୱର୍ରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;

32 ପୁଣି, ସେମାନଙ୍କ ପଛେ ହୋଶୟୀୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,

33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍‍,

34 ଯିହୁଦା ଓ ବିନ୍ୟାମୀନ୍‍ ଓ ଶମୟୀୟ ଓ ଯିରିମୀୟ।

35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେନ୍ତ ଆସଫ-ବଂଶଜାତ ସକ୍‍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ।

36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେନ୍ତ ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲା;

37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।

38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;

39 ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ- ଦ୍ୱାରରେ ଠିଆ ହୋଇ ରହିଲେ।

40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;

41 ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋ-ଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;

42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ୱରରେ ଗାନ କଲେ।

43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେନ୍ତ କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେନ୍ତ ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ- ବାଳିକାଗଣ ଆନନ୍ଦ କଲେନ୍ତ ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେନ୍ତ କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।

45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।

46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

47 ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।