1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କରନ୍ତ ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।
3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ- ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ।
5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।
6 ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏରୂପେ ବାର ଯଷ୍ଟି ତାଙ୍କୁ ଦେଲେନ୍ତ ପୁଣି ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।
7 ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
8 ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
9 ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ ପୁଣି ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।
10 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତୁ୍ୟ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।
11 ମୋଶା ସେରୂପ କଲେନ୍ତ ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।
12 ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛିନ୍ତ ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା।