1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2 ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯେ୍ୟାଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ।
4 ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ।
6 ତାହାର ଗଣିତ ସୈନ୍ୟସଂଖ୍ୟା ଚଉବନ ହଜାର ଚାରି ଶହ।
7 ତହୁଁ ସବୂଲୂନ ବଂଶ ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ।
8 ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ସତାବନ ହଜାର ଚାରି ଶହ।
9 ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ ସେମାନେ ପ୍ରଥମେ ଅଗ୍ରସର ହେବେ।
10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ।
11 ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନସନ୍ତାନଗଣର ଅଧିପତି ହେବ।
13 ତାହାର ଗଣିତ ସୈନ୍ୟସଂଖ୍ୟା ଊଣଷଠି ହଜାର ତିନି ଶହ।
14 ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ।
15 ପୁଣି ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
16 ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବନ୍ତ ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ।
19 ଆଉ ତାହାର ଗଣିତ ସୈନ୍ୟସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ।
21 ତାହାର ଗଣିତ ସୈନ୍ୟସଂଖ୍ୟା ବତିଶ ହଜାର ଦୁଇ ଶହ।
22 ତହୁଁ ବିନ୍ୟାମିନ ବଂଶ ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ।
23 ତାହାର ଗଣିତ ସୈନ୍ୟସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠହଜାର ଏକ ଶହ ସେମାନେ ତୃତୀୟରେ ଅଗ୍ରସର ହେବେ।
25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ୱଜା ରହିବ ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ।
26 ତାହାର ଗଣିତ ସୈନ୍ୟସଂଖ୍ୟା ବାଷଠି ହଜାର ସାତ ଶହ।
27 ତାହା ପାଖରେ ଆଶେର୍ ବଂଶର ଛାଉଣି ରହିବ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ।
28 ତାହାର ଗଣିତ ସୈନ୍ୟସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
29 ତହୁଁ ନପ୍ତାଲି ବଂଶ ଐନନର ପୁତ୍ର ଅହୀର ନପ୍ତାଲିସନ୍ତାନଗଣର ଅଧିପତି ହେବ।
30 ତାହାର ଗଣିତ ସୈନ୍ୟସଂଖ୍ୟା ତେପନ ହଜାର ଚାରି ଶହ।
31 ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।
32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେନ୍ତ ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।