1 ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋ' ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।
2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନନ୍।
3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହି୍ୟକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାେ ର ଦର୍ପ କରୁ।
4 ମୁଁ ତ ବାହିି୍ୟକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହି୍ୟକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;
5 ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
7 କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।
8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେନ୍ତ ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନାସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,
9 ପୁଣି, ବ୍ୟବସ୍ଥାପାଳନହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତୁ୍ୟଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ।
12 ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
14 ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।
15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
16 କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
18 କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁନ୍ତ।
21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।