1 ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ।

2 ଯେବେ ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର।

3 ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର।

4 ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ବେଷଣ କର।

5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।

6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।

7 ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।

8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

9 ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।

10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ।

11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି।

14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ।

15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।

16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ।

17 ଯାହାର ଗୃହ ମୃତୁ୍ୟଆଡ଼େ।

18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,

19 ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।

20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,

21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ।

22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉକ୍ସଊାଟିତ ହେବେ।