1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୁୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ;ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସାମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି |।
3 ପୁଣି ସେ ଦ୍ୱୀତୀୟ ଥର କହିଲେ, ହାଲ୍ଲିଲୁୟା;ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ |।
4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୁୟା |।
5 ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସସମସ୍ତେ,ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ୍ ଲୋକସମସ୍ତେ, ତାହାଙ୍କର ପ୍ରଶଂସା କର |।
6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୁୟା,କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ୍ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି |।
7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି |।
8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୁକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା;ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ |।
9 ସେତେବେଳେ ସେ ମୋତେ କହିଲେ,ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ,ସେମାନେ ଧନ୍ୟ | ଆଉ ସେ ମୋତେ କହିଲେ,ଏହିସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ |।
10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି | ସେଥିରେ ସେ ମୋତେ କହିଲେ,ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ,ସେମାନଙ୍କର ସହଦାସ;ଈଶ୍ୱରଙ୍କୁ ପ୍ରଣାମ କର |ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର |।
11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁମୁକ୍ତ ଦେଖିଲ୍,ଆଉ ଦେଖ,ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ନ୍ୟାଯ୍ୟରୂପେ ବିଚାର ଓ ଯୁଦ୍ଧ କରନ୍ତି |।
12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ,ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ |।
13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ |।
14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ୱେତବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାଦଗମନ କଲେ |।
15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼ଗ ନିର୍ଗତ ହୁଏ, ତଦ୍ଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ୍ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଦଳନ କରିବେ |।
16 ତାହାଙ୍କ ବସ୍ତ୍ରରେ,ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି,ରଜାମାନଙ୍କ ରାଜା ଓ ପ୍ରଭୁ ମାନଙ୍କର ପ୍ରଭୁ |।
17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ୱରରେଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ,
18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର,ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ୍ ସମସ୍ତ ଲୋକଙ୍କର ମାସଂ ଭକ୍ଷଣ କରିବ |।
19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି |।
20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରା ପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ |।
21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ |।