1 ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ |।

2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ।

3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିତାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ |।

4 ସେହି ପୁସ୍ତକ ଫିତାଇବାକୁ କି ତାହା ପ୍ରତି ଦୃଷ୍ଟିକରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି |।

5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ ନର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିତଇବା ନିମନ୍ତେ ବିଜୟୀ ହୋଇ ଅଛନ୍ତି |।

6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହଟ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା |।

7 ସେ ଆସି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ |।

8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବିଣା ଓ ସାଧୁମାନଙ୍କ ପ୍ରର୍ଥନାରୂପ ଧୂପରେ ପରିପୁର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା |।

9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ତା, କାରଣ ତୁମ୍ଭେ ହତ ହୋଉଥିଲ, ପୁଣି ଆପଣା ରକ୍ତ ଦ୍ୱାର ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,

10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇ ଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ |।

11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ଓ ଅୟୁତ ଅୟୁତ |।

12 ସେମାନେ ଉଚ୍ଚ ସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହାତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି |।

13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହିଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷ ଶାବକଙ୍କର |।

14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ |।