1 ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନି କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷେତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା |।
2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି ଆକାଶ ଅନ୍ଧକାରାଛନ୍ନ ହେଲା |।
3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା |।
4 ପୃଥିବୀର ତୃଣ କି ଗରିଦବର୍ଣ୍ଣ ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା |।
5 ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର |।
6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମାରିବାକୁ ବାଞ୍ଛା କରିବେ, ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ |।
7 ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;
8 ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲା ସେମାନଙ୍କ ଦନ୍ତ;
9 ଲୌହ ଉରତ୍ସାଣ, ପୁଣି ରଥ ଓ ରଣକ୍ଷେତ୍ରରେ ଧାବମାନ ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ |।
10 ବିଛାର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା |।
11 ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଅବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ |।
12 ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହା ପରେ ଆଉ ଦୁଇଟି ସନ୍ତାପ ଆସୁଅଛି |।
13 ଷଷ୍ଠ ଦୂତ ତୂରୀଧ୍ୱନି କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦୀର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ |।
15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ |।
16 ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି |।
17 ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହିପ୍ରକାର ଦେଖିଲି, ସେମାନଙ୍କ ଉରତ୍ସାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା |।
18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ |।
19 କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ଦ୍ୱାରା ସେମାନେ କ୍ଷତି କରନ୍ତି |।
20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନଃପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନଃପରିବର୍ତ୍ତନ କଲେ ନାହିଁ |।