1 ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ।

2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା।

3 ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛନ୍ତ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।

4 ପୁଣି, ସେଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

5 ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି।

6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି।

7 ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।

8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେନ୍ତ ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।

9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୁପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା ଆମ୍ଭେ କହିବା, ଏମାନେ ଆମ୍ଭର ଲୋକନ୍ତ ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।